ପ୍ରଥମ ଅଧ୍ୟାୟ
ସମ୍ବଳ
·
ପ୍ରାକୃତିକ ପରିବେଶ ର ସାମଗ୍ରୀଗୁଡ଼ିକର ପ୍ରାକୃତିକ ଓ ଭୌତିକ ଗୁଣରେ ପର୍ଯ୍ୟାୟକ୍ରମେ କେତେକ ପରିବର୍ତ୍ତନ ପରିଲକ୍ଷିତ ହୋଇଥାଏ ।
· ସାମଗ୍ରୀଗୁଡ଼ିକ ଅପେକ୍ଷା ସେଥିରୁ ଉତ୍ପାଦିତ ଉତ୍ପାଦଗୁଡ଼ିକ ଅଧିକ ମୂଲ୍ୟବାନ ହୋଇଥାଏ ।
ସଂଜ୍ଞା (Defination )
1. ଏଥିରୁ ତୁମେ ଜାଣିଲ, ମନୁଷ୍ୟର ବ୍ୟକ୍ତିଗତ ତଥା ସାମାଜିକ ଆବଶ୍ୟକତା ପୂରଣ କରିବାରେ
2. ଉପଯୋଗୀ ଓ ମୂଲ୍ୟବାନ ବିବେଚିତ ହେଉଥିବା
3. ପରିବେଶର ବିଭିନ୍ନ ପଦାର୍ଥ (ଜୈବ, ଅଜୈବ ଓ ଅନ୍ୟାନ୍ୟ) ତଥା ଶକ୍ତି ଇତ୍ୟାଦି
4. ଯାହା ପ୍ରାଦ୍ୟୋଗିକ ଦୃଷ୍ଟିକୋଣରୁ ସୁଗମ୍ୟ, ଆର୍ଥନୀତିକ ଦୃଷ୍ଟିକୋଣରୁ ସମ୍ଭବ ଏବଂ ସାଂସ୍କୃତିକ ଦୃଷ୍ଟିକୋଣରୁ ଗ୍ରହଣଯୋଗ୍ୟ ତାକୁ ସମ୍ବଳ ( Resources ) କୁହାଯାଏ ।
(ଆମ ପରିବେଶରେ ଉପଲବ୍ଧ ସମସ୍ତ ଜିନିଷ ଯାହା ଆମର ଆବଶ୍ୟକତାକୁ ପୂରଣ କରିବା ପାଇଁ ବ୍ୟବହୃତ ହୋଇପାରିବ, ପ୍ରଦାନ କରାଯାଇଥାଏ, ଏହା ପ୍ରାଦ୍ୟୋଗିକ (technologically) ଦୃଷ୍ଟିରୁ ସୁଗମ, ଆର୍ଥନୀତିକ ଦୃଷ୍ଟିରୁ ସମ୍ଭବ ଏବଂ ସାଂସ୍କୃତିକ ଦୃଷ୍ଟିରୁ ଗ୍ରହଣୀୟ ହୋଇପାରେ ' ସମ୍ବଳ ' ବୋଲି କୁହାଯାଇପାରେ |)
· ଅଜ୍ଞାତ ହୋଇ ରହିଥିବା ପଦାର୍ଥ ସମ୍ବଳରୂପେ ବିବେଚିତ ହୋଇ ନ ଥାଏ ।
· ସନ୍ଧାନ କରି ବିଭିନ୍ନ କାର୍ଯ୍ୟରେ ବିନିଯୋଗ କଲେ ତାହା ସମ୍ବଳରୂପେ ବିବେଚିତ ହୋଇଥାଏ ।
· ସମ୍ବଳକୁ ଗଚ୍ଛିତ ଅବସ୍ଥାରୁ ଯେତିକି ପରିମାଣରେ ବିକଶିତ କରିପାରିଛି ସେ ଦେଶର ଆର୍ଥନୀତିକ ଅବସ୍ଥା ସେତିକି ପରିମାଣରେ ସମୃଦ୍ଧ ହୋଇପାରିଛି ।
· ସମ୍ବଳ ସିଧାସଳଖ ବ୍ୟବହାର , ରୂପାନ୍ତରିତ କରି ବ୍ୟବହାର ଉପଯୋଗୀ କରାଯାଇଥାଏ ।
· ଏହି ରୂପାନ୍ତରଣ ପ୍ରକ୍ରିୟା ପ୍ରାକୃତିକ ପରିବେଶରେ ପ୍ରକୃତି, ମନୁଷ୍ୟ, ପ୍ରାଦ୍ୟୋଗ ଓ ଅନୁଷ୍ଠାନ ମଧ୍ୟରେ ଥିବା ପରସ୍ପର ନିର୍ଭରଶୀଳତା ଉପରେ ନିର୍ଭର କରିଥାଏ ।
ମାନବ ସମ୍ବଳ କୁହାଯାଏ
1. ଅନେକ ଭାବନ୍ତି ଯେ ସମ୍ବଳ ହେଉଛି ପ୍ରକୃତିର ଏକ ମୁକ୍ତ ଦାନ ।
2. ମାତ୍ର ଏହା ଯଥାର୍ଥ ନୁହେଁ ।
3. ସମ୍ବଳ ହେଉଛି ମାନବୀୟ କାର୍ଯ୍ୟକଳାପର କ୍ରିୟାତ୍ମକ ବସ୍ତୁ ।
4. ସମ୍ବଳର ବ୍ୟବହାର କ୍ଷେତ୍ରରେ ମନୁଷ୍ୟର ଭୂମିକା ବିଶେଷ ଉଲ୍ଲେଖଯୋଗ୍ୟ ।
5. କାରଣ ମନୁଷ୍ୟକୁ ସମ୍ବଳର ସ୍ରଷ୍ଟା, ଉପଭୋକ୍ତା ଓ କ୍ଷୟକାରୀ ଶକ୍ତି ଭାବରେ ବିଚାର କରାଯାଏ ।
6. ତେଣୁ ଆର୍ଥନୀତିକ ଭୂଗୋଳରେ ମନୁଷ୍ୟକୁ ଏକ ମୁଖ୍ୟ କର୍ତ୍ତା ଭାବରେ ଗ୍ରହଣ କରାଯାଇଥାଏ ।
7. କାରଣ ଉତ୍ପାଦନ, ବଣ୍ଟନ, ବ୍ୟବହାର ଓ କ୍ଷୟ ପ୍ରଭୃତି ସମସ୍ତ ପ୍ରକ୍ରିୟା ମନୁଷ୍ୟ ଦ୍ୱାରାହିଁ ସମାହିତ ହୋଇଥାଏ ।
8. ସେଥିାଇଁ ମନୁଷ୍ୟକୁ ମଧ୍ୟ ଏକ ସମ୍ବଳ ଭାବରେ ଗ୍ରହଣ କରାଯାଇଥାଏ; ଯାହାକୁ ମାନବ ସମ୍ବଳ କୁହାଯାଏ ।
9. କୌଣସି ଦେଶର ଲୋକମାନଙ୍କର ଜୀବନ ଧାରଣର ମାନ ଉକ୍ତ ଦେଶର ସମ୍ବଳ ଓ ଜନସଂଖ୍ୟାର ଗୁଣ ଓ ଆକାର ଉପରେ ନିର୍ଭର କରିଥାଏ ।
10. ତେଣୁ କୌଣସି ଦେଶର ସଭ୍ୟତା କିମ୍ବା ଆର୍ଥନୀତିକ ବିକାଶ ଉକ୍ତ ଦେଶର ଜନସଂଖ୍ୟା, ପ୍ରାକୃତିକ ସମ୍ବଳ ଓ ମନୁଷ୍ୟମାନଙ୍କର ସମ୍ବଳ ବ୍ୟବହାରକାରୀ ଗୁଣ ଉପରେ ନିର୍ଭର କରିଥାଏ ।
No comments:
Post a Comment